ନୂଆଦିଲ୍ଲୀ ୨୦/୦୨: କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳକୁ ଖସିଛି ।
wp:html/wp:htmlIndia reports 19,968 fresh #COVID19 cases, 48,847 recoveries, and 673 deaths in the last 24 hours.
— ANI (@ANI) February 20, 2022
Active case: 2,24,187 (0.52%)
Daily positivity rate: 1.68%
Total recoveries: 4,20,86,383
Death toll: 5,11,903
Total vaccination: 1,75,37,22,697 pic.twitter.com/nCNysxuGOL
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୯ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୭୩ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୯୯୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୭୩ ଛୁଇଁଛି ।
ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୮ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୨୪୧୮୭ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୦ ଲକ୍ଷ ୮୬ ହଜାର ୩୮୩ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫ ଲକ୍ଷ ୧୧ ହଜାର ୯୦୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।