ନୂଆଦିଲ୍ଲୀ, ୧୪|୦୮: ଉପରତଳ କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ କମିଲା ପରେ ପୁଣି ବଢିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ ବଢିଛି। ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୪ ହଜାର ଟପିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୪୦୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୩ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
wp:html/wp:htmlIndia reports 14,092 new COVID19 cases in the last 24 hours; Active caseload at 1,16,861 pic.twitter.com/vqVvHyHF3l
— ANI (@ANI) August 14, 2022
ସେହିପରି ୧୧୬୮୬୧ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୬ ଲକ୍ଷ ୯ ହଜାର ୫୬୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୭୦୩୭ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।