ନୂଆଦିଲ୍ଲୀ ୨୪/୦୬: ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୭୩୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
wp:html/wp:htmlIndia reports 17,336 new Covid19 cases today; Active cases rise to 88,284 pic.twitter.com/TDqDUCnqoq
— ANI (@ANI) June 24, 2022
ସେହିପରି ୮୮୨୮୪ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୭ ଲକ୍ଷ ୪୯ ହଜାର ୫୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୪୯୫୪ଜଣ କରୋନାରେ ପ୍ରାଣ ହରାଇଛନ୍ତି ।