ନୂଆଦିଲ୍ଲୀ ୦୨/୦୭: ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୭୦୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
wp:html/wp:html#COVID19 | India reports 17,092 fresh cases, 14,684 recoveries and 29 deaths, in the last 24 hours.
— ANI (@ANI) July 2, 2022
Active cases 1,09,568
Daily positivity rate 4.14% pic.twitter.com/aZA8O5XmSq
ସେହିପରି ୧୦୯୫୬୮ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୮ ଲକ୍ଷ ୫୧ ହଜାର ୫୯୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୫୧୬୮ଜଣ କରୋନାରେ ପ୍ରାଣ ହରାଇଛନ୍ତି ।