ନୂଆଦିଲ୍ଲୀ ୦୩/୦୭: ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୬୧୦୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୫ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
wp:html/wp:html#COVID19 | India reports 16,103 fresh cases, 13,929 recoveries and 31 deaths, in the last 24 hours.
— ANI (@ANI) July 3, 2022
Active cases 1,11,711
Daily positivity rate 4.27% pic.twitter.com/bSAssBCfIX
ସେହିପରି ୧୧୧୭୧୧ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୮ ଲକ୍ଷ ୬୫ ହଜାର ୫୧୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୫୧୯୯ଜଣ କରୋନାରେ ପ୍ରାଣ ହରାଇଛନ୍ତି ।