Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୬୭୮ କରୋନା ପଜିଟିଭ୍

11/07/2022 at 9:52 AM

ନୂଆଦିଲ୍ଲୀ ୧୧/୦୭: ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୬୬୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୭ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୩୦୭୧୩ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୯ ଲକ୍ଷ ୮୩ ହଜାର ୧୬୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି ।   ୫୨୫୪୫୪ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

   Related Posts