ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୧୮୮୦ କରୋନା ପଜିଟିଭ୍

Published By : Prameya-News7 Bureau | July 22, 2022 IST

ନୂଆଦିଲ୍ଲୀ ୨୨/୦୭: ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

wp:html /wp:html

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୧୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୧୮୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୦ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୪୯୪୮୨ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୧ ଲକ୍ଷ ୭୧ ହଜାର ୬୫୩ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି ।   ୫୨୫୯୩୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।   

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.