ନୂଆଦିଲ୍ଲୀ ୨୪/୦୭: ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୦୨୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୦ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
wp:html/wp:htmlभारत में पिछले 24 घंटों में #COVID19 के 20,279 नए मामले सामने आए हैं, 18,143 लोग डिस्चार्ज हुए और कोरोना से 36 लोगों की मौत हुई है।
— ANI_HindiNews (@AHindinews) July 24, 2022
कुल मामले: 4,38,88,755
सक्रिय मामले: 1,52,200
कुल रिकवरी: 4,32,10,522
कुल मौतें: 5,26,033
कुल वैक्सीनेशन: 2,01,99,33,453 pic.twitter.com/wwuVzbLDrm
ସେହିପରି ୧୫୨୨୦୦ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୨ ଲକ୍ଷ ୧୦ ହଜାର ୫୨୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୬୦୩୩ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।