ଦେଶରେ ଉପର ତଳ ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୩୭୩୪ କରୋନା ପଜିଟିଭ୍

Published By : Prameya-News7 Bureau | August 02, 2022 IST

ନୂଆଦିଲ୍ଲୀ ୦୨/୦୮: ଉପରତଳ କରୋନା ଗ୍ରାଫ୍। ଦେଶରେ ମାମଲା ବଢିବା ପରେ ପୁଣି କମିଲା ସଂକ୍ରମଣ। ଏବେ କରୋନା ସଂକ୍ରମଣ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗିଛି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୫ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୩୭୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

wp:html /wp:html

ସେହିପରି ୧୩୯୭୯୨ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୩ ଲକ୍ଷ ୮୩ ହଜାର ୭୮୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୬୪୩୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।   

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.