ନୂଆଦିଲ୍ଲୀ ୦୬/୦୮: ଉପରତଳ କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ କମିଲା ପରେ ପୁଣି ବଢିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି କାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୯ ହଜାର ଟପିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୯୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୯୯୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
wp:html/wp:html#COVID19 | India reports 19,406 fresh cases and 19,928 recoveries in the last 24 hours.
— ANI (@ANI) August 6, 2022
Active cases 1,34,793
Daily positivity rate 4.96% pic.twitter.com/PfuIQ4m7F8
ସେହିପରି ୧୩୪୭୯୩ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୪ ଲକ୍ଷ ୬୫ ହଜାର୫୫୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୬୬୪୯ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।