ନୂଆଦିଲ୍ଲୀ ୦୭/୦୮: ଉପରତଳ କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ କମିଲା ପରେ ପୁଣି ବଢିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି କାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୮ ହଜାର ଟପିଛି ।
wp:html/wp:html18,738 new COVID19 cases recorded in India in the last 24 hours; Active caseload at 1,34,933 pic.twitter.com/ARKK2okOW9
— ANI (@ANI) August 7, 2022
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୮୭୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ୧୩୪୯୩୩ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୪ ଲକ୍ଷ ୮୪ ହଜାର ୧୧୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୬୬୮୯ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।