ନୂଆଦିଲ୍ଲୀ, ୧୨|୦୮: ଉପରତଳ କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ କମିଲା ପରେ ପୁଣି ବଢିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ ବଢିଛି। ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୬ ହଜାର ଟପିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୬୫୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୩ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
wp:html/wp:html#COVID19 | India reports 16,561 fresh cases and 18,053 recoveries in the last 24 hours.
— ANI (@ANI) August 12, 2022
Active cases 1,23,535
Daily positivity rate 5.44% pic.twitter.com/4xAhdcsv06
ସେହିପରି ୧୨୩୫୩୫ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୫ ଲକ୍ଷ ୭୩ ହଜାର ୯୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୬୯୨୮ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।