ଦେଶରେ ଉପରତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୫୮୧୫ କରୋନା ପଜିଟିଭ୍

Published By : Prameya-News7 Bureau | August 13, 2022 IST

ନୂଆଦିଲ୍ଲୀ, ୧୩|୦୮: ଉପରତଳ କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ କମିଲା ପରେ ପୁଣି ବଢିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ ବଢିଛି। ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୫ ହଜାର ଟପିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୫୮୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୩ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

wp:html /wp:html

ସେହିପରି ୧୧୯୨୬୪ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୫ ଲକ୍ଷ ୯୩ ହଜାର ୧୧୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୬୯୯୬ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.