ଦେଶରେ ଉପରତଳ କରୋନା ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୩୨୭୨ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | August 20, 2022 IST

ନୂଆଦିଲ୍ଲୀ, ୨୦|୦୮: କମିବା ପରେ ପୁଣି ବଢିଲା କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ କମିବା ପରେ ପୁଣି ବଢିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ ବଢିଛି। ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିନି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୩ ହଜାର ଉପରେ ରହିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୩୨୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୫ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

wp:html /wp:html

ସେହିପରି ୧୦୧୧୬୬ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୬ ଲକ୍ଷ ୯୯ ହଜାର ୪୩୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୭୨୮୯ ଜଣ କରୋନାରେ ପ୍ରାଣ ହରାଇଛନ୍ତି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.