ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୧୫୩୯ କରୋନା ପଜିଟିଭ୍
21/08/2022 at 9:22 AM

ନୂଆଦିଲ୍ଲୀ, ୨୧|୦୮: କମିଲା କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ ବଢିବା ପରେ ପୁଣି କମିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ କମିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୧ ହଜାର ଉପରେ ରହିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୧୫୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୬ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
11,539 new COVID19 cases in India today; Active caseload at 99,879 pic.twitter.com/wwoYmkSAUc
— ANI (@ANI) August 21, 2022
ସେହିପରି ୯୯୮୭୯ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୭ ଲକ୍ଷ ୧୨ ହଜାର ୨୧୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୭୩୩୨ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।