ନୂଆଦିଲ୍ଲୀ, ୨୩|୦୮: କମିଲା କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ ବଢିବା ପରେ ପୁଣି କମିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ କମିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୮ ହଜାର ଉପରେ ରହିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୮୫୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୬ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
wp:html/wp:html#COVID19 | India reports 8,586 fresh cases and 9,680 recoveries, in the last 24 hours; Active cases 96,506 pic.twitter.com/NBW9FBjr3J
— ANI (@ANI) August 23, 2022
ସେହିପରି ୯୬୫୦୬ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୭ ଲକ୍ଷ ୩୩ ହଜାର ୬୨୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୭୪୧୬ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।