ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମିଶନ୍‌ ଶକ୍ତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା ଋଣ ପରିମାଣ
  • ||

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୬୨ କୋଭିଡ୍ ପଜିଟିଭ୍

26/08/2022 at 9:37 AM

ଭୁବନେଶ୍ୱର ୨୬।୦୮: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୬୩୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୬୩୮୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୫୧୭୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୧୦୦୭୭୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts