ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୯୫୨୦ କରୋନା ପଜିଟିଭ୍

Published By : Prameya-News7 Bureau | August 27, 2022 IST

ନୂଆଦିଲ୍ଲୀ, ୨୭|୦୮: କମିଲା କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ ବଢିବା ପରେ ପୁଣି କମିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ କମିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୯୫୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୬ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

wp:html /wp:html

ସେହିପରି ୮୭୩୧୧ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୭ ଲକ୍ଷ ୮୩ ହଜାର ୭୮୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୭୫୯୭ ଜଣ କରୋନାରେ ପ୍ରାଣ ହରାଇଛନ୍ତି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.