ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୬୦୯୩ କରୋନା ପଜିଟିଭ୍
9/09/2022 at 9:38 AM

ନୂଆଦିଲ୍ଲୀ, ୦୯|୦୯: କମିଲା କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ ବଢିବା ପରେ ପୁଣି କମିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ କମିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୭ ହଜାର ତଳକୁ ଖସିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୬୦୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୦ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
India reports 6,093 new COVID19 cases today, active cases at 49,636 pic.twitter.com/533uuP9Dx0
— ANI (@ANI) September 9, 2022
ସେହିପରି୪୯୬୩୬ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୯ ଲକ୍ଷ ୬ ହଜାରରୁ ଅଧିକ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୮୧୨୧ରୁ ଅଧିକ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି ।