ନୂଆଦିଲ୍ଲୀ ୨୬/୦୧: ବୋଲ ମାନୁନି କରୋନା । ଦେଶରେ ପୁଣି କରୋନା ବିସ୍ଫୋରଣ । ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ୨ ଲକ୍ଷ ଟପିଛି ।
wp:html/wp:htmlIndia reports 2,85,914 new #COVID19 cases, 665 deaths and 2,99,073 recoveries in the last 24 hours
— ANI (@ANI) January 26, 2022
Active case: 22,23,018
Daily positivity rate: 16.16%
Total Vaccination : 1,63,58,44,536 pic.twitter.com/hpxnJKfSep
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୮୫ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୬୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୮୫୯୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୬୫ ଛୁଇଁଛି ।
ଏବେସୁଦ୍ଧା ଦେଶରେ ପ୍ରାୟ ୩ କୋଟି ୭୮ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୨୨୩୦୧୮ ସକ୍ରିୟ ମାମଲା ରହିଛି ଏବଂ ୩୭୩୭୦୯୭୧ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୯୧୧୨୭ ସଂକ୍ରମିତ ପ୍ରାଣ ହରାଇଛନ୍ତି ।