ନୂଆଦିଲ୍ଲୀ ୧୭/୦୩: କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୦ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୫୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୦ ଛୁଇଁଛି ।
wp:html/wp:htmlभारत में पिछले 24 घंटों में #COVID19 के 2,539 नए मामले सामने आए, 4,491 मरीज़ ठीक हुए और 60 मरीज़ों की मौत हुई है।
— ANI_HindiNews (@AHindinews) March 17, 2022
सक्रिय मामला: 30,799 (0.07%)
दैनिक सकारात्मकता दर: 0.35%
कुल वसूली: 4,24,54,546
मरने वालों की संख्या: 5,16,132
ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୩୦୭୯୯ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୪ ଲକ୍ଷ ୫୪ ହଜାର ୫୪୬ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୧୬୧୩୨ ସଂକ୍ରମିତ ପ୍ରାଣ ହରାଇଛନ୍ତି ।