ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୫୯୩ କରୋନା ପଜିଟିଭ୍

Published By : Prameya-News7 Bureau | April 24, 2022 IST

ନୂଆଦିଲ୍ଲୀ ୨୪/୦୪: ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୫୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୫୪ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

wp:html /wp:html

ସେହିପରି ୧୫୮୭୩ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୧୯ ହଜାର ୪୯୭ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ  ୫୨୨୧୯୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.