ନୂଆଦିଲ୍ଲୀ ୨୮/୦୪: ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୩୦୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୬୮ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
wp:html/wp:htmlभारत में पिछले 24 घंटों में #COVID19 के 3,303 नए मामले सामने आए, 2,563 मरीज़ ठीक हुए और 39 मरीज़ों की मृत्यु हुई। सक्रिय मामले 16,980 हैं।
— ANI_HindiNews (@AHindinews) April 28, 2022
दैनिक सकारात्मकता दर (0.66%) pic.twitter.com/DpFgbPBVbW
ସେହିପରି ୧୬୯୮୦ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୨୮ ହଜାର ୧୨୬ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୩୬୯୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।