ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୮୫୮ କରୋନା ପଜିଟିଭ୍
14/05/2022 at 9:32 AM

ନୂଆଦିଲ୍ଲୀ ୧୪/୦୫: ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୮୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
#COVID19 | India reports 2,858 fresh cases, 3,355 recoveries, and 11 deaths in the last 24 hours.
— ANI (@ANI) May 14, 2022
Total active cases are 18,096
Daily positivity rate (0.59%) pic.twitter.com/ObQOxPWAhL
ସେହିପରି ୧୮୦୯୬ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୭୬ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୨୦୧ ସଂକ୍ରମିତ ପ୍ରାଣ ହରାଇଛନ୍ତି ।