vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ଦେଶରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୨୫୯ କରୋନା ପଜିଟିଭ୍

20/05/2022 at 10:16 AM

ନୂଆଦିଲ୍ଲୀ ୨୦/୦୫: ଉପର ତଳ କରୋନା ଗ୍ରାଫ୍। ଦେଶରେ କାୟା ମେଲାଇବା ପରେ ଖସିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି କମିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିଛି।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୨୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୨୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୫୦୪୪ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୯୨ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ  ୫୨୪୩୨୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।  

   Related Posts