ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୨୨୬ କରୋନା ପଜିଟିଭ୍
22/05/2022 at 10:00 AM

ନୂଆଦିଲ୍ଲୀ ୨୨/୦୫: ଉପର ତଳ କରୋନା ଗ୍ରାଫ୍। ଦେଶରେ କାୟା ମେଲାଇବା ପରେ ଖସିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି କମିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିଛି।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୨୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୨୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
COVID19 | India reports 2,226 fresh cases today; Active caseload at 14,955 pic.twitter.com/ODtD2ZDNk1
— ANI (@ANI) May 22, 2022
ସେହିପରି ୧୪୯୫୫ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୯୭ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୪୧୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।