ନୂଆଦିଲ୍ଲୀ ୧୨/୦୬: ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।
wp:html/wp:htmlIndia reports 8,582 fresh COVID19 cases today; Active cases rise to 44,513 pic.twitter.com/iwzoAyS784
— ANI (@ANI) June 12, 2022
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୮୫୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ୪୪୫୧୩ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୬ ଲକ୍ଷ ୫୨ ହଜାର ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୭୬୧ ସଂକ୍ରମିତ ପ୍ରାଣ ହରାଇଛନ୍ତି ।