ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୯ କରୋନା ପଜିଟିଭ୍

Published By : Prameya-News7 Bureau | May 27, 2022 IST

ଭୁବନେଶ୍ୱର ୨୭।୦୫ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୧୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୫୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୬୯୪୯୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.