ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୭୬ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | July 10, 2022 IST

ଭୁବନେଶ୍ୱର ୧୦।୦୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୩୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬୯ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୩୫୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୩୫୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୧୨୯୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୨୨୯୬୯୮ସାମ୍ପୁଲ ଟେଷ୍ଟ୍ ହୋଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.