ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୩ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | August 12, 2022 IST

ଭୁବନେଶ୍ୱର,୧୨/୦୮: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୧୭୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୧୭୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୪୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୦୮୧୬୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୮୭୪୫୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.