ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୬ କୋଭିଡ୍ ପଜିଟିଭ୍

2/09/2022 at 9:15 AM

ଭୁବନେଶ୍ୱର ୦୨।୦୯: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୮୦୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୮୦୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୯୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୭୦୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୨୦୬୭୭୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts