ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ହାଜର ହେଲେ ହୋଟେଲ ମାଲିକ
  • ||
  • ଟାଙ୍ଗୀ : ଅଧୁରା ରହିଗଲା ଜଗା ଦର୍ଶନ, ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ

24/09/2021 at 9:51 AM

ଭୁବନେଶ୍ୱର ୨୪।୦୯ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୩୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୬୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୩୧୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୮୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୯୦୮୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୫୮୬୬୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts