ଭୁବନେଶ୍ୱର ୨୧।୦୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ୯୮୩୩ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୬ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
wp:html/wp:htmlDetails of cases confirmed as death due to Covid-19, after due completion of death audit process:
— H & FW Dept Odisha (@HFWOdisha) January 21, 2022
1.A 50 years old Male of Angul District who was also suffering from Diabetes Mellitus.
ମୃତକଙ୍କ ମଧ୍ୟରେ କଟକରୁ ଦୁଇ ଜଣ, ଅନୁଗୋଳ, ଢେଙ୍କାନାଳ, ଜଗତସିଂହପୁର ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୮୭୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୯୭୦୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୮୯୦୩୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୯୯୦୭୪୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।