ନୂଆଦିଲ୍ଲୀ ୧୫/୧୨: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳକୁ ଖସିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୪୭ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୬୯୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି ।
/wp:htmlCOVID-19 | India reports 6,984 new cases, 8,168 recoveries, & 247 deaths in the last 24 hours
— ANI (@ANI) December 15, 2021
Active cases: 87,562
Total recoveries: 3,41,46,931
Death toll: 4,76,135
Total vaccination: 1,34,61,14,483 doses pic.twitter.com/1Hsn8vh40G
ଏବେସୁଦ୍ଧା ଦେଶରେ ପ୍ରାୟ ୩୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୮୭୫୬୨ ସକ୍ରିୟ ମାମଲା ରହିଛି ଏବଂ ୩୪୧୪୬୯୩୧ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୭୬୧୩୫ ସଂକ୍ରମିତ ପ୍ରାଣ ହରାଇଛନ୍ତି ।