ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୧ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୧ ମୃତ

Published By : Prameya-News7 Bureau | October 08, 2021 IST

ନୂଆଦିଲ୍ଲୀ ୦୮/୧୦: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୧ ଜଣଙ୍କ ମୃତ୍ୟୁ ହୋଇଛି ।

wp:html /wp:html


ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୧୨୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୭୧ ଜଣଙ୍କ ମୃତ୍ୟୁ ଘଟିଛି ।

ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୧୫ ହଜାର ୫୬୯ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୦ ହଜାର ୧୨୭ରେ ପହଞ୍ଚିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.