Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୭୫୮୪ କରୋନା ପଜିଟିଭ୍

10/06/2022 at 9:50 AM

ନୂଆଦିଲ୍ଲୀ ୧୦/୦୬: ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୫୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୭୫୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୩୬୨୬୭ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୬ ଲକ୍ଷ ୪୪ ହଜାର ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ  ୫୨୪୭୪୭ ସଂକ୍ରମିତ ପ୍ରାଣ ହରାଇଛନ୍ତି । 

   Related Posts