ଭଦ୍ରକରେ ୨୩କୁ ବୃଦ୍ଧି ପାଇଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଗୁଜୁରାଟ ଫେରନ୍ତା ଦୁଇ ଆକ୍ରାନ୍ତ
8/05/2020 at 7:24 AM

ଭଦ୍ରକ ୮|୫ : ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଶୁକ୍ରବାର ରାଜ୍ୟରେ ଆଉ ୨୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଛି । ରାଜ୍ୟରେ ଚିହ୍ନଟ ହୋଇଥିବା ୨୬ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୫ଜଣ ଏବଂ ଭଦ୍ରକ ଜିଲ୍ଲାରୁ ୨ଜଣ ରହିଛନ୍ତି ।
#FightCovid19 #Bhadrak
— District Administration,Bhadrak (@DM_Bhadrak) May 8, 2020
Two more +ve cases reported.
One each from Dhamnagar block and Basudevpur Municipality.
Both have recently returned from Gujarat and are at Institutional Quarantine Centre since arrival in Bhadrak.
ଦୁଇ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଭଦ୍ରକ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୧୧ଟି ଆକ୍ଟିଭ କେସ୍ ଥିବାବେଳେ ୧୨ଜଣ ସୁସ୍ଥ ହୋଇ ଫେରିଛନ୍ତି । ତେବେ ଭଦ୍ରକରେ ଚିହ୍ନଟ ହୋଇଥିବା ଦୁଇ ଜଣ ଗୁଜୁରାଟକୁ ଫେରିଥିବା । ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଧାମନଗର ବ୍ଲକ୍ ର ଜଣେ ପଜିଟିଭ ଥିବା ବେଳେ ବାସୁଦେବପୁର ପୌରଞ୍ଚଳର ଜଣେ ପଜିଟିଭ ରହିଛନ୍ତି । ଉଭୟ ଗୁଜୁରାଟରୁ ଫେରିଥିବା ବେଳେ ସେମାନଙ୍କୁ କ୍ବାରେଣ୍ଟାଇନ୍ ରେ ରଖାଯାଇଥିଲା ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।