ପୁଣି ଜଣେ କରୋନା ସଂକ୍ରମିତ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୧୭୯ରେ ପହଞ୍ଚିଲା
6/05/2020 at 1:04 PM

ଭୁବନେଶ୍ବର ୬।୫ : ରାଜ୍ୟରେ ଆଜି ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ରେ ସୂଚନା ପ୍ରଦାନ କରାଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଯାଜପୁର ଜିଲ୍ଲାର ବୋଲି ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରେ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୭୯କୁ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି । ସେମାନଙ୍କ ମଧ୍ୟରୁ ୧୧୭ଟି ଆକ୍ଟିଭ୍ କେସ୍ ରହିଛନ୍ତି । ସେହିପରି ୬୦ଜଣ ସୁସ୍ଥ ହୋଇସାରିଥିବା ବେଳେ ଦୁଇ ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।
Related Posts
ସ୍କୁଟିରୁ ହରିଣ ମାଂସ ଜବତ, ଜଣେ ଗିରଫ
5 February 2023
କିନ୍ନରମାନେ କରନ୍ତି ବହୁଚରା ମାତାଙ୍କ ପୂଜା, କାହିଁକି କରାଯାଏ ଏହି ପୂଜା ?
5 February 2023
ରାଉରକେଲା ଡବଲ ମର୍ଡର ଘଟଣା, ତିନି ଜଣଙ୍କୁ ଅଟକ ରଖିଛି ପୋଲିସ
5 February 2023