ନୂଆଦିଲ୍ଲୀ, ୦୧/୦୬: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୨୭ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୯୫ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୨୭ ହଜାର ୫୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୭୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୭୯୫ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୧ଲକ୍ଷ ୭୫ ହଜାର ୦୪୪ରେ ପହଞ୍ଚିଛି।
wp:html/wp:htmlभारत में #COVID19 के 1,27,510 नए मामले आने के बाद कुल पॉजिटिव मामलों की संख्या 2,81,75,044 हुई। 2,795 नई मौतों के बाद कुल मौतों की संख्या 3,31,895 हो गई है।
— ANI_HindiNews (@AHindinews) June 1, 2021
2,55,287 नए डिस्चार्ज के बाद कुल डिस्चार्ज की संख्या 2,59,47,629 हुई। देश में सक्रिय मामलों की कुल संख्या 18,95,520 है। pic.twitter.com/HhYU2KtwhH
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୩୧ ହଜାର ୮୯୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୫୯ ଲକ୍ଷ ୪୭ ହଜାର ୬୨୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୮୯୫୫୨୦ ।