ଶୁକ୍ରବାର ସନ୍ଧ୍ୟା ୬ଟା ୫୦ ସୁଦ୍ଧା ରାଜ୍ୟରେ କରୋନା ଅପଡେଟ୍‌: କେଉଁ ଜିଲ୍ଲାରେ କେତେ?

Published By : Prameya-News7 Bureau | May 08, 2020 IST

ଭୁବନେଶ୍ବର୮/୫: ରାଜ୍ୟ​‌ରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି। ରାଜ୍ୟରେ ଶୁକ୍ରବାର ଚିହ୍ନଟ ହୋଇଥିବା ୫୨ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪୩ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୫ଜଣ, ଖୋର୍ଧାରୁ ଜଣେ ଏବଂ ଭଦ୍ରକ ଜିଲ୍ଲାରୁ ୩ଜଣ ରହିଛନ୍ତି । ଏହାପରେ ଗଞ୍ଜାମ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୭୧ରେ ପହଞ୍ଚିଥିବା ବେଳେ କେହି ହେଲେ ବି ଏପର୍ଯ୍ୟନ୍ତ ସୁସ୍ଥ ହୋଇନାହାନ୍ତି । ସେହିପରି କେନ୍ଦ୍ରାପଡା ଜିଲ୍ଲାରେ ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୮ରେ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୬ଟି ଆକ୍ଟିଭ କେସ୍ ରହିଥିବା ବେଳେ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିଭଳି ଭଦ୍ରକ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୧୨ଟି ଆକ୍ଟିଭ କେସ୍ ଥିବାବେଳେ ୧୨ଜଣ ସୁସ୍ଥ ହୋଇ ଫେରିଛନ୍ତି ।

{"id":266786,"sizeSlug":"large"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.