ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ଗାଁ ନିକଟ ଜଙ୍ଗଲରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ! ମୃତ୍ୟୁର କାରଣ ଅସ୍ପଷ୍ଟ

31/08/2022 at 1:23 PM

ଭଞ୍ଜନଗର ୩୧।୮: ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଦୁବଲୁଣ୍ଡା ଗ୍ରାମ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗାଙ୍ଗପୁର ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଦୁବଲୁଣ୍ଡା ଗ୍ରାମ ନିକଟରେ ଥିବା ଜଙ୍ଗଲରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ବେକରେ ରାଶି ଲଗାଇ ଉଭୟ ଆତ୍ମହତ୍ୟା କରିଥିବା କୁହାଯାଉଛି । ଉଭୟଙ୍କ ଘର ଗାଙ୍ଗପୁର ଥାନା ଅଞ୍ଚଳରେ ବୋଲି ଜଣାପଡିଛି ।

ତେବେ ମଙ୍ଗଳବାର ସକାଳୁ ସକାଳୁ କିଛି ଗ୍ରାମବାସୀ ଉଭୟଙ୍କ ଝୁଲନ୍ତା ମୃତଦେହ ଗାଁ ନିକଟରେ ଥିବା ଜଙ୍ଗଲରେ ଦେଖିବାକୁ ପାଇଥିଲେ । ଏହାପରେ ଗ୍ରାମବାସୀ ଗାଙ୍ଗପୁର ଥାନାକୁ ଜଣାଇଥିଲେ । ଖବର ପାଇ ଗାଙ୍ଗପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି । ତେବେ ଉଭୟଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡିନଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି ।

   Related Posts