Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୮୦ କୋଭିଡ୍ ପଜିଟିଭ୍
  • ||
  • ଗୁରୁବାରଠୁ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଓ ୨୦ ପାଇଁ ଜାରି ହେଲେ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ଜଳେଶ୍ୱର: ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||
  • ମୟୁରଭଞ୍ଜ: ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • ବିଜେପିରେ ବଡ ଧରଣର ପରିବର୍ତ୍ତନ, ସଂସଦୀୟ ବୋର୍ଡରୁ ହଟିଲେ ଗଡକରୀ ଓ ଚୌହାନ
  • ||

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୧୦୪ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା

16/10/2020 at 11:35 AM

ଭୁବନେଶ୍ବର ୧୬।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ, ନବରଙ୍ଗପୁର ଏବଂ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ବରଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡା, ପୁରୀ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୪୧୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୪୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୮୫୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୦୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୯୫୯୭୧୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts