ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୩୭୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

Published By : Prameya-News7 Bureau | November 05, 2020 IST

ଭୁବନେଶ୍ବର ୫।୧୧: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୩୮୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ମୟୁରଭଞ୍ଜରୁ ୩ ଜଣ ଲେଖାଏଁ, କଟକ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଗଞ୍ଜାମ, ନବରଙ୍ଗପୁର, ନୟାଗଡ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

wp:html /wp:html wp:html /wp:html wp:html /wp:html wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୭୨୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୭୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୨୦୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୩୭୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୭୮୭୦୨୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.