scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

4/12/2020 at 12:01 PM

ଭୁବନେଶ୍ବର ୪।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୭୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୬୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୫ ମୃତକଙ୍କ ମଧ୍ୟରୁ କେନ୍ଦୁଝର ଜିଲ୍ଲାରୁ ୨ ଜଣ, ମାଲକାନଗିରି, ମୟୁରଭଞ୍ଜ ଏବଂ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୦୩୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୫୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୪୦୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୬୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୦୬୦୭୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts