ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା

12/12/2020 at 12:17 PM

ଭୁବନେଶ୍ବର ୧୨।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୩୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୪ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୩୩୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୮୨୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୦୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୩୪୫୭୦୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts