ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୦୭ ଛୁଇଁଲା ମୃତକଙ୍କ ସଂଖ୍ୟା

Published By : Prameya-News7 Bureau | December 13, 2020 IST

ଭୁବନେଶ୍ବର ୧୩।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୯୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

wp:html /wp:html

୫ଜଣ କରୋନା ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ସୁନ୍ଦରଗଡ଼ ଜିଲ୍ଲାର ଜଣେ ସଂକ୍ରମିତଙ୍କ ଜୀବନ ଘାତକ କରୋନା ନେଇଛି।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୩୭୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୮୬୮୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୦୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୩୭୮୭୮୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.