scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୧୫ ଛୁଇଁଲା ମୃତକଙ୍କ ସଂଖ୍ୟା

15/12/2020 at 12:06 PM

ଭୁବନେଶ୍ବର ୧୫।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୦୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୪ ମୃତକଙ୍କ ମଧ୍ୟରେ ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୪୩୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୯୪୫୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୪୩୭୩୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts