oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୨୫ ଛୁଇଁଲା ମୃତକଙ୍କ ସଂଖ୍ୟା

17/12/2020 at 12:27 PM

ଭୁବନେଶ୍ବର ୧୭।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୫୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୫ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଜଗତସିଂହପୁର, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୧୪୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୦୨୦୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୨୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୫୦୨୪୫୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts