oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୬୧ ଛୁଇଁଲା ମୃତକଙ୍କ ସଂଖ୍ୟା

27/12/2020 at 11:33 AM

ଭୁବନେଶ୍ବର ୨୭।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୦୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଳାହାଣ୍ଡି, ନୂଆପଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୮୫୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୩୭୪୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୬୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୮୨୭୧୭୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts