suno sunao
Aao Nxt
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୭୬୭ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

25/09/2020 at 11:26 AM

ଭୁବନେଶ୍ବର ୨୫।୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ଅନୁଗୋଳ, ବଲାଙ୍ଗୀର, କଟକ, କନ୍ଧମାଳ, କେନ୍ଦ୍ରାପଡା ଏବଂ ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୦୧୦୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୯୨୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୬୧୦୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୬୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୦୦୯୧୮୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts